30ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।
31ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।
32ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତ୍ରେ କବର ଦେବେ।
33ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।
34ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।