9ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?
10ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
11ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।
12ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।
13ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”