ଯିରିମୀୟ 8

ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।

Jeremiah 8:12 (UKJV) Were they ashamed when they had committed abomination? nay, they were not at all ashamed, neither could they blush: therefore shall they fall among them that fall: in the time of their visitation they shall be cast down, says the LORD.

10ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।

11ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।

12ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।

13ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”

14ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.