14ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।
15ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
16“ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
17ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।
18ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।