ଯିରିମୀୟ 8

ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।

Jeremiah 8:21 (UKJV) For the hurt of the daughter of my people am I hurt; I am black; astonishment has taken hold on me.

19ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?”

20“ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।”

21ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।

22ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.