7ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
8ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।
9ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?
10ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
11ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।