ଯିରିମୀୟ 9

ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;

Jeremiah 9:17 (UKJV) Thus says the LORD of hosts, Consider all of you, and call for the mourning women, that they may come; and send for cunning women, that they may come:

15ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍‍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।

16ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”

17ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;

18ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।

19କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ‘ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.