19କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ‘ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।’”
20ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।
21କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।
22କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।’”
23ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;