ଯିରିମୀୟ 9

ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;

Jeremiah 9:23 (UKJV) Thus says the LORD, Let not the wise man glory in his wisdom, neither let the mighty man glory in his might, let not the rich man glory in his riches:

21କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।

22କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍‍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।’”

23ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;

24ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।

25ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.