ଯିରିମୀୟ 9

ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;

Jeremiah 9:25 (UKJV) Behold, the days come, says the LORD, that I will punish all them which are circumcised with the uncircumcised;

23ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;

24ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।

25ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;

26ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.