ଯିରିମୀୟ 9

ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।

Jeremiah 9:4 (UKJV) Take all of you heed every one of his neighbour, and trust all of you not in any brother: for every brother will utterly supplant, and every neighbour will walk with slanders.

2ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।

3ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ, ଏହା ସଦାପ୍ରଭୁ କହନ୍ତି।

4ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।

5ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।

6ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.