4ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।
5ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।
6ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।
7ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା?
8ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।