6ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।
7ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା?
8ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।
9ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ?
10ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।