10ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି।
11ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।”
12ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରିଗଲା।
13ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,
14ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, “ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;