ଆୟୁବ 1

ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,

Job 1:13 (UKJV) And there was a day when his sons and his daughters were eating and drinking wine in their eldest brother's house:

11ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।”

12ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରିଗଲା।

13ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,

14ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, “ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;

15ଏଥିମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.