ଆୟୁବ 1

ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, “ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;

Job 1:14 (UKJV) And there came a messenger unto Job, and said, The oxen were plowing, and the asses feeding beside them:

12ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରିଗଲା।

13ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,

14ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, “ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;

15ଏଥିମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”

16ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.