ଆୟୁବ 1

ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”

Job 1:19 (UKJV) And, behold, there came a great wind from the wilderness, and stroke the four corners of the house, and it fell upon the young men, and they are dead; and I only am escaped alone to tell you.

17ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲ୍‍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”

18ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;

19ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”

20ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;

21ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.