18ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;
19ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
20ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;
21ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”
22ଏହିସବୁରେ ଆୟୁବ ପାପ କଲା ନାହିଁ, ଅବା ପରମେଶ୍ୱରଙ୍କ ଉପରେ ଅବିବେଚନାର ଦୋଷାରୋପ କଲା ନାହିଁ।