1ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।
2ପୁଣି, ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଥିଲେ।
3ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।
4ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ।
5ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।