7ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”
8ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?”
9ତେବେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଆୟୁବ କʼଣ ଅକାରଣରେ ପରମେଶ୍ୱରଙ୍କୁ ଭୟ କରୁଅଛି?
10ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି।
11ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।”