ଆୟୁବ 10

ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।

Job 10:1 (UKJV) My soul is weary of my life; I will leave my complaint upon myself; I will speak in the bitterness of my soul.

1ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।

2ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।

3ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.