12ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।
13ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;
14ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ।
15ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ।
16ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ ଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ।