14ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ।
15ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ।
16ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ ଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ।
17ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ।
18ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା,