18ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା,
19ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି।
20ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷାନ୍ତ ହୁଅ,
21ମୋତେ ଛାଡ଼ିଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି;
22ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।”