3ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?
4ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ?
5ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ
6ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ଓ ମୋହର ପାପ ଅନ୍ଵେଷଣ କରୁଅଛ?
7ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।