5ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ
6ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ଓ ମୋହର ପାପ ଅନ୍ଵେଷଣ କରୁଅଛ?
7ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।
8ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ।
9ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?