7ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।
8ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ।
9ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?
10ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ?
11ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ।