13ଯଦି ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର;
14ଯଦି ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରିଦିଅ ଓ ଅଧର୍ମକୁ ତୁମ୍ଭ ତମ୍ବୁରେ ବାସ କରିବାକୁ ନ ଦିଅ;
15ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ; ଆହୁରି, ତୁମ୍ଭେ ସୁସ୍ଥିର ହେବ ଓ ଭୟ କରିବ ନାହିଁ;
16ତୁମ୍ଭେ ଆପଣା ଦୁଃଖ ପାସୋରି ପକାଇବ; ବହିଗଲା ଜଳ ତୁଲ୍ୟ ତାହା ସ୍ମରଣ କରିବ;
17ତୁମ୍ଭର ଜୀବନ ମଧ୍ୟାହ୍ନ ଅପେକ୍ଷା ନିର୍ମଳ ହେବ; ଅନ୍ଧକାର ଥିଲେ ହେଁ ତାହା ପ୍ରଭାତ ତୁଲ୍ୟ ହେବ।