18ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ; ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ।
19ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ।
20ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ।”