1ଏଥିରେ ନାମାଥୀୟ ସୋଫର ଉତ୍ତର କରି କହିଲା,
2“ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ? ଓ ବକୁଆ ଲୋକ କʼଣ ନିର୍ଦ୍ଦୋଷ ଗଣାଯିବ?
3ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ?
4କାରଣ ତୁମ୍ଭେ କହୁଅଛ, ‘ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି।’
5ମାତ୍ର ଆହା, ଯେବେ ପରମେଶ୍ୱର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ;