ଆୟୁବ 11

କାରଣ ତୁମ୍ଭେ କହୁଅଛ, ‘ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି।’

Job 11:4 (UKJV) For you have said, My doctrine is pure, and I am clean in yours eyes.

2“ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ? ଓ ବକୁଆ ଲୋକ କʼଣ ନିର୍ଦ୍ଦୋଷ ଗଣାଯିବ?

3ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ?

4କାରଣ ତୁମ୍ଭେ କହୁଅଛ, ‘ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି।’

5ମାତ୍ର ଆହା, ଯେବେ ପରମେଶ୍ୱର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ;

6ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ, ଅର୍ଥାତ୍‍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ! ଏହେତୁ ଜାଣ ଯେ, ପରମେଶ୍ୱର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.