6ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ, ଅର୍ଥାତ୍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ! ଏହେତୁ ଜାଣ ଯେ, ପରମେଶ୍ୱର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି।
7ତୁମ୍ଭେ କʼଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇ ପାର? ତୁମ୍ଭେ କʼଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ୱ ପାଇ ପାର?
8ତାହା ଆକାଶ ତୁଲ୍ୟ ଉଚ୍ଚ; ତୁମ୍ଭେ କଅଣ କରିପାର? ପାତାଳଠାରୁ ଗଭୀର; ତୁମ୍ଭେ କଅଣ ଜାଣିପାର?
9ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ ଓ ସମୁଦ୍ର ଅପେକ୍ଷା ପ୍ରଶସ୍ତ।
10ଯଦି ପରମେଶ୍ୱର ଚାଲିଯାʼନ୍ତି ଓ ବନ୍ଦ କରନ୍ତି ଓ ବିଚାର ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ?