9ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?
10ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
11ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?
12ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।
13ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।