11ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?
12ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।
13ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।
14ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।
15ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ।