16ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।
17ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।
18ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।
19ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।
20ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।