1ତହୁଁ ଆୟୁବ ଉତ୍ତର କରି କହିଲା,
2“ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।
3ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ?
4ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।