20ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।
21ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।
22ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।
23ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।
24ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।