2“ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।
3ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ?
4ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।
5ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।
6ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।