ଆୟୁବ 12

ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?

Job 12:9 (UKJV) Who knows not in all these that the hand of the LORD has wrought this?

7ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;

8ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ।

9ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?

10ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।

11ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.