9ସେ ଯେ ତୁମ୍ଭମାନଙ୍କୁ ପରୀକ୍ଷା କରିବେ, ଏହା କି ଭଲ? କିଅବା କେହି ଯେପରି ମନୁଷ୍ୟକୁ ଭୁଲାଏ, ସେପରି ତୁମ୍ଭେମାନେ କʼଣ ତାହାଙ୍କୁ ଭୁଲାଇବ?
10ତୁମ୍ଭେମାନେ ଗୋପନରେ ମୁଖାପେକ୍ଷା କଲେ, ସେ ଅବଶ୍ୟ ତୁମ୍ଭମାନଙ୍କୁ ଅନୁଯୋଗ କରିବେ।
11ତାହାଙ୍କର ମହତ୍ତ୍ୱ କʼଣ ତୁମ୍ଭମାନଙ୍କୁ ଭୀତ କରିବ ନାହିଁ ଓ ତାହାଙ୍କର ଭୟଙ୍କରତା କʼଣ ତୁମ୍ଭମାନଙ୍କ ଉପରେ ପଡ଼ିବ ନାହିଁ?
12ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ, ତୁମ୍ଭମାନଙ୍କର ଦୁର୍ଗସବୁ କର୍ଦ୍ଦମର ଦୁର୍ଗ ଅଟେ।
13ତୁମ୍ଭେମାନେ ନୀରବ ହୁଅ, ମୋତେ ଛାଡ଼, ମୁଁ କଥା କହିବି, ତହିଁରେ ମୋହର ଯାହା ହେବ, ହେଉ।