12ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ, ତୁମ୍ଭମାନଙ୍କର ଦୁର୍ଗସବୁ କର୍ଦ୍ଦମର ଦୁର୍ଗ ଅଟେ।
13ତୁମ୍ଭେମାନେ ନୀରବ ହୁଅ, ମୋତେ ଛାଡ଼, ମୁଁ କଥା କହିବି, ତହିଁରେ ମୋହର ଯାହା ହେବ, ହେଉ।
14ମୁଁ କାହିଁକି ଆପଣା ଦନ୍ତରେ ଆପଣା ମାଂସ ଧରିବି ଓ ଆପଣା ହସ୍ତରେ ଆପଣା ପ୍ରାଣ ରଖିବି?
15ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।
16ଏହା ହିଁ ମୋହର ମୁକ୍ତି ସ୍ୱରୂପ ହେବ; କାରଣ ଅଧାର୍ମିକ ଲୋକ ତାହାଙ୍କ ଛାମୁକୁ ଆସିବ ନାହିଁ।