ଆୟୁବ 13

ମନୋଯୋଗ କରି ମୋହର କଥା ଶୁଣ ଓ ମୋହର ନିବେଦନ ତୁମ୍ଭମାନଙ୍କର କର୍ଣ୍ଣଗୋଚରରେ ଥାଉ।

Job 13:17 (UKJV) Hear diligently my speech, and my declaration with your ears.

15ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।

16ଏହା ହିଁ ମୋହର ମୁକ୍ତି ସ୍ୱରୂପ ହେବ; କାରଣ ଅଧାର୍ମିକ ଲୋକ ତାହାଙ୍କ ଛାମୁକୁ ଆସିବ ନାହିଁ।

17ମନୋଯୋଗ କରି ମୋହର କଥା ଶୁଣ ଓ ମୋହର ନିବେଦନ ତୁମ୍ଭମାନଙ୍କର କର୍ଣ୍ଣଗୋଚରରେ ଥାଉ।

18ଏବେ ଦେଖ, ମୁଁ ଆପଣା ବିଚାରର କଥା ପ୍ରସ୍ତୁତ କରିଅଛି; ମୁଁ ଜାଣେ, ମୁଁ ନିର୍ଦ୍ଦୋଷ ହେବି।

19ମୋʼ ସଙ୍ଗେ ଯେ ବିବାଦ କରିବ, ସେ କିଏ? କାରଣ (କେହି ଥିଲେ) ମୁଁ ନୀରବ ହୋଇ ପ୍ରାଣତ୍ୟାଗ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.