20କେବଳ ଦୁଇ କଥା ମୋʼ ପ୍ରତି କର ନାହିଁ, ତହିଁରେ ମୁଁ ତୁମ୍ଭ ସମ୍ମୁଖରୁ ଆପଣାକୁ ଲୁଚାଇବି ନାହିଁ।
21ତୁମ୍ଭ ହସ୍ତ ମୋʼ ଠାରୁ ଦୂରକୁ କାଢ଼ି ନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ।
22ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ।
23ମୋହର ଅପରାଧ ଓ ପାପ କେତେ? ମୋହର ଅଧର୍ମ ଓ ପାପ ମୋତେ ଜଣାଅ।
24ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ?