ଆୟୁବ 13

ମୋହର ଅପରାଧ ଓ ପାପ କେତେ? ମୋହର ଅଧର୍ମ ଓ ପାପ ମୋତେ ଜଣାଅ।

Job 13:23 (UKJV) How many are mine iniquities and sins? make me to know my transgression and my sin.

21ତୁମ୍ଭ ହସ୍ତ ମୋʼ ଠାରୁ ଦୂରକୁ କାଢ଼ି ନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ।

22ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ।

23ମୋହର ଅପରାଧ ଓ ପାପ କେତେ? ମୋହର ଅଧର୍ମ ଓ ପାପ ମୋତେ ଜଣାଅ।

24ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ?

25ତୁମ୍ଭେ କʼଣ ଉଡ଼ନ୍ତା ପତ୍ରକୁ ଡରାଇବ? ଓ ତୁମ୍ଭେ କʼଣ ଶୁଖିଲା କୁଟା ପଛେ ପଛେ ଗୋଡ଼ାଇବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.