ଆୟୁବ 13

ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ ଓ ମୋହର ସବୁ ଗତି ଲକ୍ଷ୍ୟ କରୁଅଛ; ତୁମ୍ଭେ ମୋʼ ଚରଣର ଚତୁର୍ଦ୍ଦିଗରେ ଆପଣା ପାଇଁ ରେଖା ଟାଣୁଅଛ;

Job 13:27 (UKJV) You put my feet also in the stocks, and look narrowly unto all my paths; you set a print upon the heels of my feet.

25ତୁମ୍ଭେ କʼଣ ଉଡ଼ନ୍ତା ପତ୍ରକୁ ଡରାଇବ? ଓ ତୁମ୍ଭେ କʼଣ ଶୁଖିଲା କୁଟା ପଛେ ପଛେ ଗୋଡ଼ାଇବ?

26କାରଣ ତୁମ୍ଭେ ମୋʼ ବିରୁଦ୍ଧରେ ତିକ୍ତ କଥା ଲେଖୁଅଛ ଓ ମୋʼ ଯୌବନ କାଳର ଅପରାଧ ଭୋଗ କରାଉଅଛ;

27ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ ଓ ମୋହର ସବୁ ଗତି ଲକ୍ଷ୍ୟ କରୁଅଛ; ତୁମ୍ଭେ ମୋʼ ଚରଣର ଚତୁର୍ଦ୍ଦିଗରେ ଆପଣା ପାଇଁ ରେଖା ଟାଣୁଅଛ;

28ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.