1ଦେଖ, ମୋହର ଚକ୍ଷୁ ଏହିସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି।
2ଯାହା ତୁମ୍ଭେମାନେ ଜାଣ, ତାହା ମୁଁ ଜାଣେ; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ।
3ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ୱରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ।
4ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ, ତୁମ୍ଭେ ସମସ୍ତେ ମୂଲ୍ୟହୀନ ବୈଦ୍ୟ।
5ଆଃ, ତୁମ୍ଭେମାନେ ଯେବେ ସମ୍ପୂର୍ଣ୍ଣ ନୀରବ ହୋଇ ରହନ୍ତ! ତାହା ତୁମ୍ଭମାନଙ୍କର ଜ୍ଞାନସୂଚକ ହୁଅନ୍ତା।