3ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ୱରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ।
4ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ, ତୁମ୍ଭେ ସମସ୍ତେ ମୂଲ୍ୟହୀନ ବୈଦ୍ୟ।
5ଆଃ, ତୁମ୍ଭେମାନେ ଯେବେ ସମ୍ପୂର୍ଣ୍ଣ ନୀରବ ହୋଇ ରହନ୍ତ! ତାହା ତୁମ୍ଭମାନଙ୍କର ଜ୍ଞାନସୂଚକ ହୁଅନ୍ତା।
6ଏବେ ମୋହର ଯୁକ୍ତି ଶୁଣ ଓ ମୋର ଓଷ୍ଠାଧରର ପ୍ରତିବାଦରେ କର୍ଣ୍ଣପାତ କର।
7ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ଅନ୍ୟାୟ କଥା କହିବ ଓ ତାହାଙ୍କ ପକ୍ଷରେ ପ୍ରବଞ୍ଚନା-ବାକ୍ୟ କହିବ?