7ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ଅନ୍ୟାୟ କଥା କହିବ ଓ ତାହାଙ୍କ ପକ୍ଷରେ ପ୍ରବଞ୍ଚନା-ବାକ୍ୟ କହିବ?
8ତୁମ୍ଭେମାନେ କʼଣ ତାହାଙ୍କର ମୁଖାପେକ୍ଷା କରିବ, ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ବିରୋଧ କରିବ?
9ସେ ଯେ ତୁମ୍ଭମାନଙ୍କୁ ପରୀକ୍ଷା କରିବେ, ଏହା କି ଭଲ? କିଅବା କେହି ଯେପରି ମନୁଷ୍ୟକୁ ଭୁଲାଏ, ସେପରି ତୁମ୍ଭେମାନେ କʼଣ ତାହାଙ୍କୁ ଭୁଲାଇବ?
10ତୁମ୍ଭେମାନେ ଗୋପନରେ ମୁଖାପେକ୍ଷା କଲେ, ସେ ଅବଶ୍ୟ ତୁମ୍ଭମାନଙ୍କୁ ଅନୁଯୋଗ କରିବେ।
11ତାହାଙ୍କର ମହତ୍ତ୍ୱ କʼଣ ତୁମ୍ଭମାନଙ୍କୁ ଭୀତ କରିବ ନାହିଁ ଓ ତାହାଙ୍କର ଭୟଙ୍କରତା କʼଣ ତୁମ୍ଭମାନଙ୍କ ଉପରେ ପଡ଼ିବ ନାହିଁ?