10ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ?
11ଯେପରି ସମୁଦ୍ରରୁ ଜଳ ବାହାରି ଯାଏ ଓ ନଦୀ କ୍ଷୟପ୍ରାପ୍ତ ଓ ଶୁଷ୍କ ହୁଏ;
12ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ।
13ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋʼ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ!
14ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କʼଣ ସେ ପୁନର୍ବାର ବଞ୍ଚିବ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି।