14ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କʼଣ ସେ ପୁନର୍ବାର ବଞ୍ଚିବ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି।
15ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ।
16ମାତ୍ର ଏବେ ତୁମ୍ଭେ ମୋʼ ପାଦଗତି ଗଣନା କରୁଅଛ; ତୁମ୍ଭେ କʼଣ ମୋʼ ପାପ ପ୍ରତି ନିରୀକ୍ଷଣ କରୁ ନାହଁ?
17ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋʼ ଅଧର୍ମ ବାନ୍ଧି ରଖୁଅଛ।
18ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;